ଖୋର୍ଦ୍ଧା : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ l ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶକ୍ତି ସିନେମା ହଲ ନିକଟରେ l ଅଭିଯୋଗ ମୁତାବକ ଟାଟା ପାୱାର ଅଧିନସ୍ଥ ବାଣପୁର-୧ ବିଭାଗର ସୁପରଭାଇଜର ସଂଜିତ ପ୍ରଧାନ ସୋମବାର ମଧ୍ୟାହ୍ନରେ ଘରୁ ନିଜ ବାଇକ ଯୋଗେ ବିଦ୍ୟୁତ କଲେକ୍ସନ ପଇସା ଡିପୋଜିଟ କରିବା ପାଇଁ ବାଲୁଗାଁ ଷ୍ଟେଟ ବ୍ୟାଙ୍କ ଯାଉଥିଲେ l ତେବେ ଶକ୍ତି ହଲ ଠାରେ ପଲସର ଗାଡ଼ିରେ ହଠାତ ଦୁଇ ଜଣ ଦୁର୍ବୁତ୍ତ ଆସି ତାଙ୍କ ଗାଡିକୁ ଅଟକାଇବା ସହ ତାଙ୍କ ବାଇକ ଚାବି ଏବଂ ମୋବାଇଲ ଭିଡି ଫୋପାଡ଼ିଦେଇଥିଲେ l ପରେ ସଂଜିତଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ଭର୍ତି ବ୍ୟାଗ ମାଗିଥିଲେ l ନଦେଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ l ସଂଜିତ ଏଥିରେ ଭୟଭୀତ ହୋଇ ଦୁର୍ବୁତ୍ତ ମାନଙ୍କୁ ବ୍ୟାଗ ଦେଇ ଦେଇଥିଲେ l ବ୍ୟାଗ ରେ ଥିବା ୬ ଲକ୍ଷ ୧୬ ହଜାର ୭୮୦ ଟଙ୍କା ଧରି ଦୁର୍ବୁତ୍ତମାନେ ବାଣପୁର ଅଭିମୁଖେ ଫେରାର ହୋଇଯାଇଥିଲେ l ତେବେ ଏ ନେଇ ସଂଜିତ ଥାନାକୁ ଜଣାଇବା ପରେ ବାଣପୁର ପୋଲିସ ଘଟଣାର ଛାନଭିନ ଆରମ୍ଭ କରିଛି l