ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗକଲେ ବିଶିଷ୍ଟ ସାହିତ୍ୟିକ ମନୋଜ ଦାସ

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କର ପରଲୋକ ଗମନ | ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ | ୮୭ ବର୍ଷ ବୟସରେ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା |

ଚାଲିଗଲେ ଓଡ଼ିଆ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପର ସ୍ରଷ୍ଟା ମନୋଜ ଦାସ | ଓଡ଼ିଆ ସାହିତ୍ୟର ସେ ଥିଲେ ମଉଡମଣୀ | ଦୀର୍ଘଦିନ ଧରି ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ସେ | ପଦ୍ମଶ୍ରୀ ଓ ପଦ୍ମ ଭୂଷଣ ଭଳି ସମ୍ମାନରେ ସମ୍ମାନୀତ ହୋଇଥିଲେ ମନୋଜ ଦାସ | ତାଙ୍କ ମୃତ୍ୟୁ ଖବର ପାଇବା ପରେ ସାରା ରାଜ୍ୟରେ ଶୋକାକୁଳ ପରିବେଶ ସୃଷ୍ଟି ହେଇଛି |

୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ମନୋଜ ଦାସ ବାଲେଶ୍ୱର ଜିଲ୍ଲା ଶଙ୍ଖାରି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ | ଓଡିଆ ସାହିତ୍ୟ ପ୍ରତି ତାଙ୍କର ଅବଦାନ ଅତୁଳନୀୟ | କେନ୍ଦ୍ର ସାହିତ୍ୟ ଏକାଡେମୀ, ସରସ୍ୱତୀ ସମ୍ମାନ ସହ କେନ୍ଦ୍ର ସାହିତ୍ୟ ଏକାଡେମୀର ଫେଲୋସିପ ମଧ୍ୟ ପାଇଥିଲେ ସେ | ସେ ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଆବୁ ପୁରୁଷ, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସ, ନକ ଉପତ୍ୟକାର କାହଣୀ, ଆକାଶର ଇସାରା, ଉପକଥା ଶତକ ଓ ଚନ୍ଦ୍ରାଲୋକର ପ୍ରହରୀ ଭଳି ଅନେକ ଗଳ୍ପ ରଚନା କରିଯାଇଛନ୍ତି | ୨୦୦୧ରେ ପଦ୍ମଶ୍ରୀ ଏବଂ ୨୦୨୦ରେ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ ବିଶିଷ୍ଟ ସାହିତ୍ୟିକ ମନୋଜ ଦାସ |

ଉଭୟ ଓଡ଼ିଆ ଏବଂ ଇଂରାଜୀ ସାହିତ୍ୟ କ୍ଷେତ୍ରରେ ମନୋଜ ଦାସଙ୍କ ଅବଦାନ ଥିଲା ଅତୁଳନୀୟ | ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ | ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକତ୍ସାଧୀନ ଅବସ୍ଥାରେ ସେ ଶେଷନଃଶ୍ୱାସ ତ୍ୟାଗ କରିଛନ୍ତି |

ମନୋଜ ଦାସଙ୍କ ବିୟୋଗରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଙ୍କ ଠାରୁ ଆରମ୍ଭରୁ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି |