ଆସନ୍ତା ୩୦ ତାରିଖରୁ ଓଡ଼ିଶାରେ ବର୍ଷିବ ବର୍ଷା, ହୋଇପାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଆସନ୍ତା ୩୦ ତାରିଖରୁ ପୁଣି ଲଗାଣ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷକରି ଉପକୂଳିଆ ଜିଲ୍ଲା ସମେତ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ।

ଅଳ୍ପ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ। ଦୁଇଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ଆସିବା ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଗଞ୍ଜାମ, ନୟାଗଡ଼, ପୁରୀ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ଆକ୍ଟୋବର 2 ତାରିଖରେ ବାଲେଶ୍ଵର, ଭଦ୍ରକ, କଟକ, ଜଗତସିଂପୁର, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୁରଭଂଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ଓ କନ୍ଧମାଳ ଆଦି ଜିଲ୍ଲାରେ ବଜ୍ରପାତ ସହିତ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।