OdiaTrending

ଆରପାରିରେ ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନ, ବଲିଉଡରେ ଶୋକର ଛାୟା

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ଆଜି ପରଲୋକ ଘଟିଛି। ତାଙ୍କର ହୃଦଘାତରେ ମୁମ୍ବାଇ ବାନ୍ଦ୍ରା ସ୍ଥିତ ଗୁରୁ ନାନକ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଜୁନ ୨୦ରେ ଅସୁସ୍ଥତା କାରଣରୁ ମୁମ୍ବାଇର ଏକ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ ।

ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ମେଡିକାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ରହିଛି । କିଛି ଦିନ ପୂର୍ବରୁ ତାଙ୍କର ମଧ୍ୟ କରୋନା ପରୀକ୍ଷା କରାଯାଇଥିଲା, ଯାହା ନେଗେଟିଭ୍ ଥିଲା। ସରୋଜ ଖାନଙ୍କୁ ଶ୍ୱାସକ୍ରିୟା ଜନିତ ସମସ୍ୟାରେ ପୀଡିତ ହେବା ପରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସୁଥିଲା ।

View this post on Instagram

Flashback.❤️

A post shared by Saroj Khan (@sarojkhanofficial) on

ତାଙ୍କ ପରିବାର ସଦସ୍ୟ କହିଥିଲେ, ‘କିଛି ଦିନ ପୂର୍ବରୁ ସରୋଜ ଖାନଙ୍କୁ ନିଶ୍ୱାସ ନେବାରେ ଅସୁବିଧା ବିଷୟରେ କହିଥିଲେ, ଯାହା ପରେ ଆମେ ତାଙ୍କୁ ଡାକ୍ତରଖାନା ନେଇଥିଲୁ। ହେଲେ ଆଜି ତାଙ୍କର ଦେହାନ୍ତ ହୋଇଛି । ତାଙ୍କର ମୃତ୍ୟୁ ପରେ ବଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି।

Tags

Related Articles

Back to top button
Close